ଭୁବନେଶ୍ୱର: ଅଧ୍ୟାପକ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ I ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି I କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ ଦିଆଯାଇଛି I ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି I ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ପଦକ୍ଷେପ ନିଆଯାଇଛି I