ଭୁବନେଶ୍ୱର: ଫେବ୍ରୁଆରି ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି I ୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି I ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ I ୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି I ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ ଯୋଗଦେବେ ରାଷ୍ଟ୍ରପତି I