ଭୁବନେଶ୍ୱର: ସାତକୋଶିଆ ଅଭୟାରଣ୍ୟରେ ହେବ ବିଶ୍ୱସ୍ତରୀୟ ଇକୋ ଟୁରିଜିମ୍ ହବ୍ I ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି I ୯୯ କୋଟି ୭୫ ଲକ୍ଷର ସବିଶେଷ ପ୍ରକଳ୍ପ ରିପୋର୍ଟ – DPRକୁ ଅନୁମୋଦନ ମିଳିଛି I ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବ୍ୟାଘ୍ର ଅଭୟାରଣ୍ୟର ୬ଟି ସ୍ଥାନ ଚିହ୍ନଟ କରାଯିବ I
ପୁରୁଣାକୋଟ, ଜଗନ୍ନାଥପୁର, ଟିକରପଡ଼ାରେ ନୂଆ ପ୍ରବେଶ ପଥ ତିଆରି ହେବ I ବାଲିପୁଟ, କୁସଙ୍ଗ ଓ ଛାମୁଣ୍ଡିଆ ଠାରେ ବି ନିର୍ମାଣ ହେବ ନୂଆ ପ୍ରବେଶ ପଥ I