ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ I ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି I ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଈଛି ବୋଲି ଜଣI ପଡିଛି I ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି I ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା I ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟରେ ସୃଷ୍ଟି ହୋଇଛି I ସମ୍ବନ୍ଧିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଥିଲା।